
୧୯୨୬ ମସିହା ଅକ୍ଟୋବର ୫ ତାରିଖ ଦିନ ବାଜି ରାଉତ ଢେଙ୍କାନାଳ ଜିଲ୍ଲାର ନିଳକଣ୍ଠପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ପିଲା ବେଳୁ ବାପାଙ୍କୁ ହରାଇ ମା’ଙ୍କଦ୍ୱାରା ପ୍ରତିପାଳିତ ହେଉଥିଲେ । ପରିବାରରେ ଚାଷବାଷ ସକାଶେ ଜମି ନ ଥିଲା । ମା’ ଅନ୍ୟଘରେ ପାଇଟିକରି ତାଙ୍କୁ ପାଳୁଥିଲେ । ହେତୁ ପାଇଲା ପରେ ସେତେବେଳର ଢେଙ୍କାନାଳର ରାଜା ଶଙ୍କର ପ୍ରତାପ ସିଂହଦେଓ ଗରିବମାନଙ୍କ ଉପରେ ଅତ୍ୟାଚାର କରୁଥିବାର ସେ ଅନୁଭବ କରିଥିଲେ । ପରେ ଢେଙ୍କାନାଳର ବୈଷ୍ଣବ ଚରଣ ପଟ୍ଟନାୟକ (ବୀର ବୈଷ୍ଣବ ନାମରେ ଜଣା) ଯେତେବେଳେ ରାଜାଙ୍କ ବିରୋଧରେ ପ୍ରଜାମଣ୍ଡଳ ଆରମ୍ଭ କଲେ ସେତେବେଳେ ବାଜି ସେହି କୋମଳ ବୟସରେ ସେଥିରେ ଯୋଗ ଦେଇଥିଲେ । ସେ ଇଂରେଜମାନଙ୍କୁ ଡଙ୍ଗାରେ ନଦୀ ପାରିକରିବାକୁ ମନା କରି ସେମାନଙ୍କ ହାତରେ ଜୀବନ ଦେଇଥିଲେ । ଏହି ମହାନ ସ୍ୱାଧୀନତା ସଂଗ୍ରାମୀ ଙ୍କୁ ଜନ୍ମ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
Leave a comment