ଭୁବନେଶ୍ୱରରେ ସହିଦ ଓଡ଼ିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀଙ୍କ ସହ ଢେଙ୍କାନାଳ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଁଚିଲା ସହିଦ ଓଡ଼ିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର । ଭୁବନେଶ୍ୱର ବିମାନବନ୍ଦରରେ ସହିଦଙ୍କ ପ୍ରାର୍ଥିବ ଶରୀର ପହଞ୍ଚିବା ପରେ ଗାର୍ଡ ଅଫ୍ ଅନର୍ ଦିଆଯାଇଛି । ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସମେତଢେଙ୍କାନାଳ ର ଖଣି ମନ୍ତ୍ରୀପ୍ରଫୁଲ୍ଲ ମଲ୍ଲିକ ଭୁବନେଶ୍ୱର ବରିଷ୍ଠ ବ୍ୟକ୍ତିମାନେ ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହା ପରେ ସ୍ୱତନ୍ତ୍ର କରିଡରରେ ପୈତୃକ ଗାଁ ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର କେନ୍ଦୁଢ଼ିପ ଗାଁ ଅଭିମୁଖେ ବାହାରିବ ସହିଦ ଓଡ଼ିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର ।5

Leave a comment