ଶ୍ରୀ ମନ୍ଦିର ଗଲେ କଣ ପିନ୍ଧିବେ ଜାରିହେଲା ପରାମତ୍ସବଳୀ

ଶ୍ରୀମନ୍ଦିର ଗଲେ କ’ଣ ପିନ୍ଧିବେ ? ଜାରି ହେଲା ପରାମର୍ଶବଳୀ

ଶ୍ରୀ ଜୀଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯିବାକୁ ହେଲେ କେଉଁଭଳି ପୋଷାକ ପିନ୍ଧିବେ, ଆସିଛି ଏହାର ପରାମର୍ଶବଳୀ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ପରାମର୍ଶବଳୀରେ ଦର୍ଶାଯାଇଛି ଯେ, ପୁରୁଷ ମାନେ ପ୍ୟାଣ୍ଟ ସାର୍ଟ, ଚୁଡ଼ିଦାର ପଞ୍ଜାବୀ, ଧୋତି ଆଦି ପାରମ୍ପାରିକ ପୋଷାକ ପିନ୍ଧିବେ । ସେହିପରି ମହିଳା ମାନେ ଶାଢ଼ୀ,ଶାଲୱାର ଭଳି ଶାଳୀନତା ପୂର୍ଣ୍ଣ ପୋଷାକ ପରିଧାନ କରିବେ।

ତେବେ ହାଫ୍ ପ୍ୟାଣ୍ଟ, ଚିରାଫଟା ଜିନ୍ସ, ଅନାବଶ୍ୟକ ଭାବେ ଶରୀର ପ୍ରଦର୍ଶନ କରୁଥିବା ପୋଷାକ କିମ୍ବା ଧାର୍ମିକ ଭାବନକୁ କୁଠାରଘାତ କଲା ଭଳି ପୋଷାକ ବର୍ଜନୀୟ ବୋଲି ପରାମର୍ଶବଳୀରେ ଦର୍ଶାଯାଇଛି। ଏ ସଂପର୍କରେ ପ୍ରତ୍ୟେକ ସ୍ତରରେ ସଚେତନତା ସୃଷ୍ଟି ପାଇଁ ପ୍ରୟାସ କରାଯିବା ସହ ଆସନ୍ତା ନୂଆବର୍ଷଠାରୁ ଏହାକୁ ଯେପରି କଡ଼ାକଡ଼ି ଭାବେ ଲାଗୁ କରାଯିବ, ସେଦିଗରେ ପଦକ୍ଷେପ ନେବାକୁ ସମସ୍ତ ନିଯୋଗର ସଭାପତି, ସମ୍ପାଦକ ଏବଂ ହୋଟେଲ ମାଲିକଙ୍କୁ ଚିଠି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

ନିୟମ ଲାଗୁ ହୋଇନି, ବିବେକ ଅନୁସାରେ ଶାଳୀନତା ପୋଷାକ ପିନ୍ଧନ୍ତୁ ବୋଲି ଚିଠିରେ ଦର୍ଶାଯାଇଛି। ଶ୍ରୀମନ୍ଦିର ପ୍ରଶାସକଙ୍କ ପକ୍ଷରୁ ସବୁ ନିଯୋଗ ଓ ହୋଟେଲକୁ ଚିଠି ଲେଖିଛନ୍ତି ମୁଖ୍ୟ ପ୍ରଶାସକ। …

Leave a comment

Design a site like this with WordPress.com
Get started