

ଜୁଆ ଖେଳ ପାଇଁ ବହୁ ପରିବାର ସର୍ବସ୍ୱାନ୍ତ ।
ଢେ଼ଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ : କଙ୍କଡ଼ାହାଡ଼ ଓ ବାଟଗାଁ ସାପ୍ତାହିକ ହାଟରେ ପ୍ରତ୍ୟେକ ଦିନ ଦିନ ଜୁଆ ଖେଳ ହେଉଥିବାରୁ ସଂପୃକ୍ତ ଅଞ୍ଚଳ ତଥା ଆଖପାଖ ଗ୍ରାମର ବହୁ ପରିବାର ଏବେ ସର୍ବସ୍ୱାନ୍ତ ହୋଇ ପଡିଥିବାର ଅଭିଯୋଗ ହୋଇଛି l କଙ୍କଡ଼ାହାଡ଼ର ସାପ୍ତାହିକ ଶୁକ୍ରବାର ହାଟରେ ପ୍ରତ୍ୟେକ ପାଳିରେ ଜୁଆ ଖେଳ ହେଉଥିବା ବେଳେ ଏଠାକୁ କଙ୍କଡାହାଡ଼ ତଥା ଆଖପାଖ ଗ୍ରାମରୁ ବହୁ ଆଦିବାସୀ ଯୁଆଡ଼ି ଆସି ଜୁଆ ଖେଳି ସର୍ବସ୍ୱାନ୍ତ ହୋଇ ପଡିଲେଣି l ଥାନା ଠାରୁ ମାତ୍ର ଅଳ୍ପ ଦୂରରେ ଏହି ହାଟ ହେଉଥିବା ବେଳେ ହାଟ ମଧ୍ୟରେ ବେଧଡକ ଜୁଆଖେଳ ସାଧାରଣରେ ଅସନ୍ତୋଷ ସୃଷ୍ଟି କରିଛି । ପୁଣି ବଟଗାଁ ସାପ୍ତାହିକ ମଙ୍ଗଳବାର ହାଟରେ ପ୍ରତ୍ୟହ ଜୁଆ ଖେଳ ଚାଲିଥିବାରୁ ଏହି ହାଟରେ ଆଦିବାସୀମାନେ ନିର୍ଭର କରି ନିଜର କାମଧନ୍ଦା ସାରି ଅପରାହ୍ନରେ ହାଟକୁ ଆସିଥାନ୍ତି l ନିଜର ସପ୍ତାହ ବ୍ୟାପି ଯାହା ରୋଜଗାର କରିଥାନ୍ତି ଏହି ହାଟକୁ ନିଜର ଘର ପାଇଁ ପରିବା,ଲୁଗାପଟା କିଣିବାକୁ ଆସି ଏହି ଜୁଆ ଖେଳରେ ଜୁଆ ଖେଳି ସର୍ବସ୍ୱାନ୍ତ ହୋଇ ସନ୍ଧ୍ୟାରେ ଘରକୁ ଫେରିଥାନ୍ତି l ଫଳରେ ଘରେ ଗଣ୍ଡଗୋଳର ସୂତ୍ରପାତ ଘଟିବାରେ ସ୍ୱାଭାବିକ ହୋଇଥାଏ l ଏ ତ ବ୍ୟତୀତ ବିରାଶାଳ,ବନ୍ଦାଣିଆ,ଓଡ଼ିଶ,କଙ୍କଡ଼ାହାଡ଼ ଅଞ୍ଚଳ ଏକ ପ୍ରମୁଖ ଆଦିବାସୀ ଅଞ୍ଚଳ ହୋଇଥିବା ବେଳେ ସପ୍ତାହର ପ୍ରତ୍ୟେକ ଶୁକ୍ରବାର ଓ ମଙ୍ଗଳବାର ହାଟରେ ଜୁଆ ଖେଳ ହେଉଥିବାରୁ ବହୁ ଆଦିବାସୀ ପରିବାର ଏବେ ସର୍ବସ୍ୱାନ୍ତ ହୋଇ ପଡିଲେଣି l ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏହି ଜୁଆ ପ୍ରତି ଗୁରୁତ୍ୱ ଦେଇ ତୁରନ୍ତ ପଦକ୍ଷେପ ନେବା ପାଇଁ ସେ ଅଞ୍ଚଳର ଜନସାଧାରଣ ଓ ବୁଦ୍ଧିଜିବୀ ଏବଂ ସଚେତନ ନାଗରିକ ମହଲରେ ଦାଵୀ ହେଉଛି ।
Leave a comment